ଝାରପଡ଼ା ଜେଲରୁ ୯୬ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ

ଝାରପଡ଼ା ଜେଲରୁ ୯୬ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ

ଝାରପଡ଼ା ଜେଲରୁ ୯୬ କଏଦୀ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ହସ୍ପିଟାଲ, ବସ୍ତି ଓ କଲୋନୀରୁ ଡେଇଁ କରୋନା ଏବେ ଜେଲରେ ପଶିଛି । ଆଉ ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲରେ କରୋନା ବେକାବୁ ହୋଇଛି । ଝାରପଡ଼ା ଜେଲରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ପୂର୍ବରୁ ଜେଲ ଅଧିକାରୀଙ୍କ ସହ ୧୧ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ବେଳେ ପୁଣି ୯୬ କଏଦୀ କରୋନା ଆକ୍ରାନ୍ତ ହୋଇଥିବା ଜେଲ ବିଭାଗ ସୂଚନା ଦେଇଛି । କାରାଗାର ପରିସରରେ ଥିବା ଏକ ବ୍ଲକକୁ ତୁରନ୍ତ ବିଶୋଧନ କରଯିବା ସହ ଏହାକୁ ସଙ୍ଗରୋଧ କେନ୍ଦ୍ର କରାଯାଇଛି । ସମସ୍ତ ସଙ୍ଗରୋଧ ଗୃହରେ ଅନ୍ୟୁନ ୧୨୮ ଜଣ ରୋଗୀଙ୍କୁ ରଖାଯିବାର ବ୍ୟବସ୍ଥା ରହିଛି ହୋଲି ଜଣେ ଅଧିକାରୀ କହିଛନ୍ତି । ସୂଚନା ଥାଉ କି, ଝାରପଡା ଜେଲରେ ସଜ୍ଜା କାଟୁଥିବା ଜଣେ କଏଦୀଙ୍କ କରୋନାରେ ମୃତ୍ୟୁ ପରେ ଗତ ୧୮ ତାରିଖରେ ୧୯୫ କଏଦୀଙ୍କ ସ୍ୱାବ ପରୀକ୍ଷା ପାଇଁ ପଠା ଯାଇଥିଲା । ସେଥିମଧ୍ୟରୁ ୯୬ କଏଦୀ କରୋନା ସଂକ୍ରମିତ ହୋଇଛନ୍ତି ।