ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ମୋଟ ୪୬୮ ପ୍ରାର୍ଥୀ

ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ମୋଟ ୪୬୮ ପ୍ରାର୍ଥୀ

ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ମୋଟ ୪୬୮ ପ୍ରାର୍ଥୀ
ଭୁବନେଶ୍ୱର: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ ଗୁରୁବାର ଶେଷ ହୋଇଛି । ଏହି ପର୍ଯ୍ୟାୟରେ ମୋଟ ୪୬୮ ପ୍ରାର୍ଥୀ ସେମାନଙ୍କ ପ୍ରାଥୀପତ୍ର ଦାଖଲ କରିଛନ୍ତି । ଗୁରୁବାର ଶେଷ ଦିନରେ ବିଧାନସଭା ଆସନ ପାଇଁ ୧୮୬ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୩୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତୃତୀୟ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୯୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୬୯ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରପକ୍ଷରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ଗୁରୁବାର ବିଧାନସଭା ଆସନ ପାଇଁ ୧୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୪ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରି·ଳନା କରିବା ନିମନ୍ତେ ବର୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭୭୮୫ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୩୯୨୨୩ ଜଣଙ୍କୁ ଅଟକ ରଖାଯାଇଛି । ୪୬୯୮ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୧୯୬ଟି ଅସ୍ତ୍ରଶସ୍ତ୍ର ଏବଂ ୧୨୨୯.୦୩୨ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି । ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୧୦୦୩୭୬.୪୭୦ ବଲ୍କ ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୧୩ ଲକ୍ଷ ୮୯ ହଜାର ୭୭୧ ଟଙ୍କା ହେବ । ଆଜି ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ୍ ଏବଂ ପୋଲିସ୍ ଦ୍ୱାରା ୧ କୋଟି ୬୮ ଲକ୍ଷ ୩୭ ହଜାର ୭୦୦ ଟଙ୍କା ଜବତ କରାଯାଇଛି । ଏତଦ୍ବ୍ୟତୀତ ଆୟକର ବିଭାଗ ଦ୍ୱାରା ୩୭ ଲକ୍ଷ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୨୪ ଲକ୍ଷ ୩୪ ହଜାର ୩୫୫ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୨ ଲକ୍ଷ ୧୮ ହଜାର ୮୬୪ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତମାନ ସୁଦ୍ଧା ୫୭୫ ଟି କଲ୍ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି । ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ସି-ଭିଜିଲ୍ ଆପ୍ ମାଧ୍ୟମରେ ୬୮୩ ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥି ମଧ୍ୟରୁ ୫୮୭ ଟି ଅଭିଯୋଗର ସମାଧାନ କରାଯାଇଛି ।