ଥରେ ବ୍ୟବହାର କରନ୍ତୁ ଏହି ଫେସିଆଲ, ତ୍ୱଚାର ସୁନ୍ଦରତାକୁ ଦ୍ୱିଗୁଣିତ କରିପାରିବେ
ଥରେ ବ୍ୟବହାର କରନ୍ତୁ ଏହି ଫେସିଆଲ, ତ୍ୱଚାର ସୁନ୍ଦରତାକୁ ଦ୍ୱିଗୁଣିତ କରିପାରିବେ
ଘରେ ସରଳ ଉପାୟ ଅବଲମ୍ବନ କରି ଆପଣ ନିଜ ତ୍ୱଚାର ସୁନ୍ଦରତାକୁ ଦ୍ୱିଗୁଣିତ କରି ପାରିବେ । ସେଭଳି କେତେକ ସରଳ ଉପାୟ ମଧ୍ୟରୁ ଗୋଟିଏ ହେଉଛି ଖିର ଫେସିଆଲ୍ । ସପ୍ତାହକୁ ଥରେ ଏହି ଫେସିଆଲ୍ କରିବା ଦ୍ୱାରା ନିଜେ ଏହାର ଚମତ୍କାରିତା ଅନୁଭବ କରିପାରିବେ ।
ଜାଣନ୍ତୁ ଏହାର ପ୍ରଣାଳୀ
ପ୍ରଥମ ପ୍ରଣାଳୀ – ପ୍ରଥମେ ମୁହଁକୁ ଭଲ ଭାବେ ଧୋଇ ପୋଛି ଦିଅନ୍ତୁ । ଏହାପରେ ଖିରରେ ସାମାନ୍ୟ ଲେମ୍ବୁ ରସ ମିଶାଇ, ଏହାକୁ ତୁଳା ଦ୍ୱାରା ନିଜ ମୁହଁରେ ଭଲ ଭାବେ ମାଲିସ କରନ୍ତୁ । କିଛି ସମୟ ମାଲିସ କରିବା ପରେ ମୁହଁକୁ ଧୋଇ ଦିଅନ୍ତୁ ।
୨ୟ ପ୍ରଣାଳୀ – ଏବେ ଖିରରେ ଅଳ୍ପ ଦହି , ଚିନି ମିଶାଇ ଭଲ ଭାବେ ମୁହଁକୁ ୧୦ ରୁ ୧୨ ମିନିଟ ମାଲିସ କରନ୍ତୁ । ଏହାପରେ ମୁହଁକୁ ଧୋଇ ପୋଛି ଦିଅନ୍ତୁ ।
୩ୟ ପ୍ରଣାଳୀ – ଗ୍ୟାରେ ଏକ ପାତ୍ରରେ ଉଷୁମ ପାଣି କରି ଅନ୍ୟ ଏକ ପାତ୍ରକୁ କାଢି ଦିଅନ୍ତୁ । ଏହାପରେ ଏହି ପାଣିରେ ଏକ ଛୋଟ ପତାଳା ତଉଲିଆକୁ ବୁଡ଼ାଇ ଭଲ ଭାବେ ଚୁପୁଡ଼ି ଏହାକୁ ମୁହଁ ପୋଛିବା ଭଳି କରନ୍ତୁ । ୨ ରୁ ୩ ଥର ଏଭଳି କରନ୍ତୁ ।
୪ର୍ଥ ପ୍ରଣାଳୀ – ୪ ରୁ ୫ ଚାମଚ ଖିରରେ ଅଳ୍ପ ହଳଦୀ, ବେସନ, ମହୁ, ଗୋଲାପ ଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରନ୍ତୁ । ଏହାକୁ ମୁହଁରେ ଲଗାଇ ୨୦ ରୁ ୨୫ ମିନିଟ ରଖନ୍ତୁ । ଏପରେ ମୁହଁ ଧୋଇ ଦିଅନ୍ତୁ ।