ଦିନ ୪ଟା ଯାଏଁ ଗୃହ ମୁଲତବୀ

ଦିନ ୪ଟା ଯାଏଁ ଗୃହ ମୁଲତବୀ

ଦିନ ୪ଟା ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର: ଗତକାଲି ଠାରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିରୋଧୀଙ୍କ ପକ୍ଷରୁ ହଟ୍ଟଗୋଳ ଜାରି ରହିଛି । ଫଳରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଆପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । ଆଜି ଦ୍ୱିତୀୟ ଦିନରେ ଅଧିବେଶନ ଆରମ୍ଭ ହେଉ ହେଉ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ହଟ୍ଟଗୋଳ କରିଥିଲେ । ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟମାନେ ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ନାରାବାଜି କରିଥିଲେ । ଫଳରେ ବାଚସ୍ପତି ଶ୍ରୀ ପାତ୍ର ଗୃହକୁ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ କରିଥିଲେ । ପୁଣି ୧୧.୩୦ ପରେ ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟମାନେ ନାରାବାଜି ସହ ହୋହଲ୍ଲା କରିଥିଲେ । ଚାଷୀଙ୍କ ସମସ୍ୟା ସହ ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ହୋହାଲ୍ଲା କରିଥିଲେ । ଫଳରେ ବାଚସ୍ପତି ଶ୍ରୀ ପାତ୍ର ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।