ଦିନକରେ ୧୪,୯୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ଦିନକରେ ୧୪,୯୮୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
admin
Mar 3, 2021 - 09:28
Updated: Mar 3, 2021 - 09:28
ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ଯୋଗୁଁ ମହାରାଷ୍ଟ୍ରରେ ପ୍ରାୟ ଜିଲ୍ଲାରେ ଲକଡାଉନ କରାଯାଉଥିବାର ଦେଖାଯାଉଛି । ଆଜି ଆମ ଦେଶରେ ଗୋଟିଏ ଦିନରେ ୧୪,୯୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୯୮ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୫୭ ହଜାର ୩୪୬ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୩୯ ହଜାର ୫୧୬ ରେ ପହଂଚିଛି । ଦେଶରେ ୧,୭୦, ୧୨୬ ଜଣ କରୋନା ଆକ୍ରାନ୍ତରେ ସକ୍ରିୟ ରହି ଚିକିତ୍ସୀତ ହେଉଛନ୍ତି । ସେହପିରି ୧,୦୮,୧୨, ୦୪୪ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଦେଶରେ କରୋନା ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ଚାଲିଛି । ଏହି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ଦେଶରେ ୧ କୋଟି ୫୬ ଲକ୍ଷ ୨୦ ହଜାର ୭୪୯ ଜଣଙ୍କୁ ଟିକା ଦିଆଗଲାଣି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ରିପୋର୍ଟ-ପ୍ରଭାତ କୁମାର ବେହେରା