ଦୀର୍ଘତମ ସେତୁ, ପୁଣି T ସେତୁ, ଜାଣନ୍ତୁ କେଉଁଠି...
ଦୀର୍ଘତମ ସେତୁ, ପୁଣି T ସେତୁ, ଜାଣନ୍ତୁ କେଉଁଠି...
କଟକ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ମ୍ବା ଗୋପୀନାଥପୁରଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ଞ ଅକ୍ଷରୁ ସଦୃଶ। ଏହା ରାଜ୍ୟର ପ୍ରଥମ ଞ ସେତୁ। ଏହି ସେତୁ ନିର୍ମାଣ ଅଂଚଳବାସୀଙ୍କର ଦୀର୍ଘଦିନର ଦାବି ଥିଲା। ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି।
ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସେତୁ ଉଦ୍ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଲୋକେ ଖୁସି ପ୍ରକାଶ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।
ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ୟ୍ୟଟନର ବିକାଶ ହେବ।
ଏହି କାର୍ୟ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।




admin 