ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ଡେଇଁଲା : ମୃତ୍ୟୁ ସଂଖ୍ୟା ୭୩ ୮୯୦

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ଡେଇଁଲା : ମୃତ୍ୟୁ ସଂଖ୍ୟା ୭୩ ୮୯୦

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ଅତିକ୍ରମ କରିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୮୯ହଜାର ୭୦୬ ନୂତନ ଆକ୍ରାନ୍ତଙ୍କ ସହିତ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ୭୦ ହଜାର ୧୨୯ରେ ପହଞ୍ଚିଛି । ସେହିପରି ବିଗତ ୨୪ ଘଣ୍ଟା ମଧ୍ୟରେ ୧୧୧୫ ଜଣ ନୂତନ ଆକ୍ରାନ୍ତଙ୍କ ସହିତ ଭାରତରେ ମୃତ୍ୟୁ ସଂଖ୍ୟା ୭୩୮୯୦ରେ ପହଞ୍ଚିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୭୩୮୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଲକ୍ଷ ୯୮ ହଜାର ୮୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୮ ଲକ୍ଷ ୯୭ ହଜାର ୩୯୪ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।