ଦେଶରେ ୨୪ ଘଣ୍ଟାରେ ୧୧୦୯ କରୋନା ସଂକ୍ରମିତ ଚିହ୍ନଟ
ଦେଶରେ ୨୪ ଘଣ୍ଟାରେ ୧୧୦୯ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଗତକାଲି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବାବେଳେ ଆଜି ୧୧ ଶହ ଉପରେ ରହିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୧୦୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୩ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୩,୦୬୭ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୫୭୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୧୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୦,୦୦୨।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୪୯୨।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୫,୩୮,୮୮,୬୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।




admin 