ଦେଶରେ ୨୪ ଘଣ୍ଟାରେ ୬୩୯୩ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୬୩୯୩ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୬୩୯୩ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ ହ୍ରାସ ପାଇବାରେ ଲାଗିଛି । ଏହା ସହିତ ମୃତୁ୍ୟ ସଂଖ୍ୟାରେ ମଧ୍ୟ ସମାନ ସ୍ଥିତି ପରିଲକ୍ଷିତ ହେଉଛି ।  ଆଜି ଦେଶରେ ୬ହଜାର ୩୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୦୧ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ଲକ୍ଷ ୧୪ହଜାର ୫୮୯କୁ ବୃଦ୍ଧି ପାଇଛି । ବର୍ତ୍ତମାନ ମୃତୁ୍ୟ ହାର ରହିଛି୧.୩୮ପ୍ରତିଶତ ।

 

 ଏବେ ଦେଶରେ କରୋନା ସଂକ୍ରମଣର ସକ୍ରିୟ ମାମଲାରେ ହ୍ରାସ ପରିଲକ୍ଷିତ ହେଉଛି । ଆଜି ଦେଶରେ କରୋନା ଜନିତ ସକ୍ରିୟ ମାମଲା ରହିଛି ୬୯ହଜାର ୮୯୭  । ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪କୋଟି ୨୩ଲକ୍ଷ ୬୭ହଜାର ୭୦ରେ ପହଞ୍ଚି ଯାଇଛି । ଅନ୍ୟପଟେ କରୋନାର ମୁକାବିଲା ପାଇଁ ଦେଶରେ ଏବେବି ଟିକାକରଣ ଜୋରଦାର ଚାଲିଛି ।  ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ୧୭୭କୋଟିରୁ ଅଧିକ ରହିଛି ।