ପିଏମ-କିଷାନର ଅଷ୍ଟମ କିସ୍ତିରେ ଓଡ଼ିଶାର ୨୭ ଲକ୍ଷ ୮୩ ହଜାର ଚାଷୀଙ୍କୁ ୫୫୬.୬୪ କୋଟି ଟଙ୍କା ପ୍ରଦାନ - ଧର୍ମେନ୍ଦ୍ର ପ୍ରଧାନ

ପିଏମ-କିଷାନର ଅଷ୍ଟମ କିସ୍ତିରେ ଓଡ଼ିଶାର ୨୭ ଲକ୍ଷ ୮୩ ହଜାର ଚାଷୀଙ୍କୁ ୫୫୬.୬୪ କୋଟି ଟଙ୍କା ପ୍ରଦାନ - ଧର୍ମେନ୍ଦ୍ର ପ୍ରଧାନ

ପିଏମ-କିଷାନର ଅଷ୍ଟମ କିସ୍ତିରେ ଓଡ଼ିଶାର ୨୭ ଲକ୍ଷ ୮୩ ହଜାର ଚାଷୀଙ୍କୁ ୫୫୬.୬୪ କୋଟି ଟଙ୍କା ପ୍ରଦାନ - ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ମଇ ୧୪ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ୍) ଯୋଜନା ଅନ୍ତର୍ଗତ ୮ମ କିସ୍ତିରେ ଓଡ଼ିଶାର ୨୭ ଲକ୍ଷ ୮୩ ହଜାର ୨୦୯ ଜଣ ଚାଷୀଙ୍କୁ ମୋଟ ୫୫୬.୬୪ କୋଟି ଟଙ୍କା ସମେତ ସମଗ୍ର ଭାରତବର୍ଷର ସାଢେ ୯ କୋଟି ଚାଷୀଙ୍କୁ ୧୯ ହଜାର କୋଟି ଟଙ୍କା ସିଧାସଳଖ ବ୍ୟାଙ୍କ ଖାତାରେ ପ୍ରଦାନ କରୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେହିପରି ପିଏମ କିଷାନରେ ପଞ୍ଜିକୃତ ରାଜ୍ୟର ସମସ୍ତ ୪୦ ଲକ୍ଷ ୫୦ ହଜାର ୧୦୩ ଜଣ ଚାଷୀ ଯେପରି ଉପକୃତ ହୋଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ଶ୍ରୀ ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାରରେ କ୍ରମାଗତ ଭାବେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଉଛି । ଓଡ଼ିଶାର ଚାଷୀ ଭାଇମାନେ ପିଏମ୍ କିଷାନ ଯୋଜନା ଅଧୀନରେ ମୋଟ ୮ଟି କିସ୍ତିରେ ୨ ହଜାର ଟଙ୍କା ଲେଖାଁଏ ହିସାବରେ ମୋଟ ୩ ହଜାର ୮୩୦.୮୫ କୋଟି ଟଙ୍କାର ସହାୟତା ରାଶି ପାଇ ଲାଭାନ୍ୱିତ ହୋଇଛନ୍ତି । ପିଏମ କିଷାନ ଯୋଜନାରେ ଓଡ଼ିଶାର ୪୦ ଲକ୍ଷ ୫୦ ହଜାର ୧୦୩ ଜଣ ଚାଷୀ ପଞ୍ଜିକୃତ ହୋଇଥିଲେ ମଧ୍ୟ ତନ୍ମଧ୍ୟରୁ କେବଳ ସପ୍ତମ କିସ୍ତିରେ ୨୪ ଲକ୍ଷ ୭୦ ହଜାର ୬୭୧ ଜଣ ଚାଷୀ ମୋଟ ୪୯୪ କୋଟି ୧୩ ଲକ୍ଷ ଟଙ୍କାର ସହାୟତା ରାଶି ପାଇଥିଲେ । ଏ ନେଇ ଗତ ମାର୍ଚ୍ଚ ମାସ ପହିଲାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ଅଷ୍ଟମ କିସ୍ତିରେ ୨୭ ଲକ୍ଷ ୮୩ ହଜାର ୨୦୯ ଜଣ ଚାଷୀ ଲାଭ ପାଇଛନ୍ତି ଯାହା ସପ୍ତମ କିସ୍ତିରୁ ୩ ଲକ୍ଷ ୧୨ ହଜାର ୫୩୮ ଚାଷୀ ଅଧିକ । ତେଣୁ ଓଡିଶାର ଚାଷୀ ମାନଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ପିଏମ କିଷାନ ଯୋଜନାରେ ପଞ୍ଜିକୃତ ହୋଇଥିବା ରାଜ୍ୟର ସମସ୍ତ ଚାଷୀ ଯେପରି ଏହାର ସମ୍ପୂର୍ଣ୍ଣ ଲାଭ ପାଇପାରିବେ ସେଥିପାଇଁ ପୁନର୍ବାର ରାଜ୍ୟ ସରକାର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଦକ୍ଷେପ ନେବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି ।