ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ସାନି ବିଜ୍ଞପ୍ତି
ଭୁବନେଶ୍ୱର: ପିପିଲି ଉପନିର୍ବାଚନ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀ ଚାହିିଁଲେ ନିଜର ପ୍ରାର୍ଥୀପତ୍ର ଦାଖଲ କରି ପାରିବ । ମେ ୧୩ ତାରିଖରେ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏପ୍ରିଲ ୨୬ ନାମାଙ୍କନ ଦାଖଲର ଶେଷ ତାରିଖ ରଖାଯାଇଛି । ଏପ୍ରିଲ ୨୭ ତାରିଖରେ ପ୍ରାର୍ଥୀପତ୍ର ଯାଂଚ କରାଯିବ । ୧୯ ତାରିଖରେ ପ୍ରାର୍ଥିତ୍ୱ ପ୍ରତ୍ୟାହାର ଶେଷ ତାରିଖ ରହିବ । ପ୍ରକାଶ ଯେ, ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପ ନିର୍ବାଚନ ହେବାକୁ ଥିଲା । ଏଥିପାଇଁ ପ୍ରଥମେ ଏପ୍ରିଲ ୧୭ ତାରିଖ ଧାର୍ୟ୍ୟ ହୋଇଥିଲା । ହେଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇବା ପରେ ଉପ ନିର୍ବାଚନକୁ ସ୍ଥଗିତ ଘୋଷଣା କରାଯାଇଥିଲା । ଏବେ ପୁଣି ଥରେ ଉପ ନିର୍ବାଚନ ନେଇ ସାନି ତାରିଖ ଘୋଷଣା କରାଯାଇଛି । ଆସନ୍ତା ମେ ୧୩ ତାରିଖରେ ପଡିବ ପିପିଲି ଉପ ନିର୍ବାଚନ ଭୋଟ୍ । ଏଥିସହ ମେ ୧୩ ତାରିଖରେ ଭୋଟ୍ ପଡିବା ପରେ ଆସନ୍ତା ୧୬ ତାରିଖରେ ଭୋଟ୍ ଗଣତି କରାଯାଇ ରେଜଲ୍ଟ ଘୋଷଣା ହେବ ବୋଲି ସିଇଓ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି । ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ହିଁ କେବଳ ନୂଆ ପ୍ରାର୍ଥୀ ଦେବ । ଅଜିତ ମଙ୍ଗରାଜଙ୍କ ବଦଳରେ ଦଳ କାହାକୁ ଟିକେଟ୍ ଦେଉଛି ତା ଉପରେ ନଜର ରହିବ । ତେବେ ବିଜେଡି ପକ୍ଷରୁ ରୁଦ୍ର ମହାରଥୀ ଓ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ମଇଦାନକୁ ଓହ୍ଲାଇଛନ୍ତି ।