ପୁଣି କରୋନା ନେଲା ୧୭ ଜୀବନ
ପୁଣି କରୋନା ନେଲା ୧୭ ଜୀବନ
admin
Oct 3, 2020 - 06:52
Updated: Oct 3, 2020 - 06:52
ଭୁବନେଶ୍ୱର : ରାଜ୍ୟରେ ପୁଣି କରୋନାରେ ୧୭ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮୯୨ରେ ପହଞ୍ଚôଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲା ଓ ଢେଙ୍କାନାଳରୁ ୩ ଜଣ କରୋନା ଆକ୍ରାନ୍ତ ମୃତୁ୍ୟ ହୋଇଥିବା ବେଳେ ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ସେହିପରି ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି ।
ପ୍ରକାଶ ଯେ, ରାଜ୍ୟରେ ଆଜି ୩୦୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮୦୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୪୯ ଟି ଲୋକାଲ କେସ ରହିଛି । ଏହି ୩୦୫୩ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୯୩୮୭ରେ ପହଞ୍ଚô ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୯୪୧୨୮ ଜଣ ସୁସ୍ଥ ହୋଇ ସାରିଲେଣି । ବର୍ତ୍ତମାନ ସୁଦ୍ଧ ୩୪୩୧୪ ଜଣ ଚିକିତ୍ସାଧୀନ ରହିଛନ୍ତି । ର୍ତ୍ତମାନ ସୁଦ୍ଧ ୩୯୧୮୪ ଜଣ ଚିକିତ୍ସାଧୀନ ରହିଛନ୍ତି ।