ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଯୁବ ବିଜୁ ଜନତା ଦଳର କାର୍ଯ୍ୟକାରିଣୀ ଭୁବନେଶ୍ୱରସ୍ଥ ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହୋଇଛି । ବିଜୁ ଯୁବ ଜନତା ଦଳର ନବକଳେବର ପରେ ଏହା ହେଉଛି ପ୍ରଥମ ବୈଠକ । ତେବେ ଏହି ବୈଠକ ଆରମ୍ଭରୁ ହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । କେନ୍ଦ୍ର ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ରଖୁଥିବା ନବୀନ କହିଛନ୍ତି । ସେ କହିଛନ୍ତି ଯେ, ନିର୍ବାଚନବେଳେ ଉଭୟ ବିଜେପି ଓ କଂଗ୍ରେସ ଇସ୍ତାହାର ରଖିଥିଲେ । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ଦେବା ନେଇ ଉଭୟ ଇସ୍ତାହାରରେ ରଖିଥିଲେ । କିନ୍ତୁ ନିର୍ବାଚନ ପରେ ଉଭୟ ସେମାନଙ୍କ ପ୍ରତିଶ୍ରୁତି ଭୁଲିଗଲେ । ଭୌଗଳିକ ସ୍ଥିତି ନେଇ ଓଡ଼ିଶା ସର୍ବଦା ପ୍ରାକୃତିକ ବିପର୍ଯ୍ୟୟ ଭୋଗୁଛି । ଓଡ଼ିଶାର ସ୍ୱାର୍ଥ ପାଇଁ ବିଜେଡି ସବର୍ଦଦା ଲଢେଇ ଜାରି ରଖିବ । ଏକାମାତ୍ର ଆଞ୍ଚଳିକ ଦଳଭାବେ ବିଜେଡି ହିଁ ଓଡ଼ିଶା ଲୋକକଙ୍କ ପାଇଁ ଲଢେ ବୋଲି ନବୀନ ପଟ୍ଟନାୟକ କହିଛନ୍ତି । ଦଳର କାର୍ଯ୍ୟକାରିଣୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି ।