ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ

ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ

ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ନବୀନ
ନୟାଗଡ଼ : ଆଜି ନୟାଗଡ଼ ରଣପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ନୟାଗଡରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟ । ପୁଣି କାଳିଆ ଯୋଜନାର ସଫଳତା ବିଷୟରେ ଲୋକଙ୍କ ସାମ୍ନାରେ ବଖାଣିଲେ । କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀଙ୍କ ଉପକୃତ ହେଲେଣି । କେନ୍ଦ୍ର କାଳିଆ ଯୋଜନାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି । ହେଲେ ମୁଁ ଥିବା ପର୍ଯ୍ୟନ୍ତ କାଳିଆ ଯୋଜନାକୁ କେହି ବନ୍ଦ କରିପାରିବେ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ଜନତା ଦଳ ସରକାର ଗଠନ କରିବାର ପ୍ରଥମ ଦିନରେ କାଳିଆ ଯୋଜନାର ୨ କିସ୍ତି ଟଙ୍କା ମିଳିବ । ବିଜୁ ଜନତା ଦଳ ମହିଳାମାନଙ୍କୁ ହକ୍ ଦେଇଛି । କେନ୍ଦ୍ରର ଯୋଜନା ତୁଳନାରେ ରାଜ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳାମାନେ ଦୁଇଗୁଣ ଟଙ୍କା ପାଉଛନ୍ତି ।