ପ୍ରବଳ ବର୍ଷା ପାଇଁ ଅନ୍ୟ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି

ପ୍ରବଳ ବର୍ଷା ପାଇଁ ଅନ୍ୟ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି

ପ୍ରବଳ ବର୍ଷା ପାଇଁ ଅନ୍ୟ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର:  ଆସନ୍ତାକାଲି ଯାଏଁ ୧୪ଟି ଜିଲ୍ଲାକୁ  ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ତେବେ ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ପ୍ରବଳ ବର୍ଷା ପାଇଁ ଅନ୍ୟ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ସୋନପୁର, ବୌଦ୍ଧ, ବରଗଡ଼ ପ୍ରମୁଖ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । 

ପଶ୍ଚିମ ମୁହାଁ ୱେଲମାର୍କ ଲୋ-ପ୍ରେସର । ଆସନ୍ତା ୨୪ଘଂଟା ପର୍ୟ୍ୟନ୍ତ ଓଡ଼ିଶା ଉପକୂଳରେ ଲଘୁଚାପର ପ୍ରଭାବ ରହିବ ।ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି ।

ଆସନ୍ତାକାଲି ଯାଏ ଓଡ଼ିଶା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ । ଏଣୁ ମତ୍ସ୍ୟଜୀବୀମାନଙ୍କୁ ଏହି ସମୟରେ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।