ପ୍ରବଳ ବର୍ଷାର ନାହିଁ ସମ୍ଭାବନା

ପ୍ରବଳ ବର୍ଷାର ନାହିଁ ସମ୍ଭାବନା

ପ୍ରବଳ ବର୍ଷାର ନାହିଁ ସମ୍ଭାବନା
ଭୁବନେଶ୍ୱର: ଝାଡ଼ଖଣ୍ଡ ସ୍ଥଳ ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବ ଓଡ଼ିଶା ଉପରେ ମଧ୍ୟ ରହିବ । କିନ୍ତୁ ପ୍ରବଳ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଝାଡ଼ଖଣ୍ଡରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷାର ପରିମାଣ ସାମାନ୍ୟ ବଢ଼ିପାରେ । ଏଥିଲାଗି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଭିତରେ ରଖାଯାଇଛି । ସେହିପରି କୌଣସି ବଡ଼ ବନ୍ୟାର ଆଶଙ୍କା ନ ଥିବା ପାଣିପାଗ ବିଭାଗ କହିଛି । ତେବେ ଆଜି ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ସତର୍କ ପରାମର୍ଶ ଦେଇଛି ।