ପ୍ରବଳ ବର୍ଷିବ : ୫ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ପ୍ରବଳ ବର୍ଷିବ : ୫ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ପ୍ରବଳ ବର୍ଷିବ  : ୫ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର : ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି । ସେହି ସମସ୍ତ ଜିଲ୍ଲାଗୁଡିକ ମଧ୍ୟରେ ରହିଛି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଏବଂ ଦେବଗଡ ଜିଲ୍ଲାକୁ ମଧ୍ୟ ପାଣିପାଗ ବିଭାଗ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି । ପାଣି ଜମିବା ସହ କିଛି ଯାଗାରେ ଆକସ୍ମିକ ବନ୍ୟା ନେଇ ଓ୍ବାର୍ଣ୍ଣିଂ ଦିଆଯାଇଛି । କଚ୍ଚା ଘର ଭାଙ୍ଗିବା ଓ ରାସ୍ତା ନଷ୍ଟ ହେବା ମଧ୍ୟ ସତର୍କ ସୂଚନା ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବା ନେଇ ମଧ୍ୟ ସତର୍କସୂଚନା ଜାରି ହୋଇଛି । ଏହା ବ୍ୟତିତ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ନୂଆପଡା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ସେହିପରି କନ୍ଧମାଳ, ବୌଦ୍ଧ, ସୋନପୁର ଏବଂ ଅନୁଗୁଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।