ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା

ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା
ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଂଚଳରେ ପୁଣି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସହ ମୈାସୁମୀ ଟ୍ରପଲାଇନ ପ୍ରଭାବରେ ଆସନ୍ତା ୧୬ତାରିଖ ଯାଏ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛିା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ହେବ ବର୍ଷା ଆରମ୍ଭ ହୋଇସାରିଛି । ଏହାର ପ୍ରଭାବ ଆହୁରି ରହିବ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଏହାର ଅଧିକ ପ୍ରଭାବ ପଡ଼ୁଥିବାରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏହା ସହ ଉପକୂଳ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, କଟକ,ପୁରୀ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ହେବ । ଆସନ୍ତା ୧୬ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ଏବଂ କେତେକ ସ୍ଥାନରେ ପାଗ କୋହଲା ରହିବ । ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ଏନେଇ ଆସନ୍ତା ୧୬ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ଏହି ସମୟରେ ସମୁଦ୍ର ଭିତରକୁ ନ ପଶିବାକୁ ପରାମର୍ଶ ଜାରି କରିଛି ପାଣିପାଗ ବିଭାଗ ।