ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୧୦ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୧୦ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୧୦ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଥିଲା ବେଳେ ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏବେ ଜାରି ରହିଥିବା ଲଘୁଚାପ ଜନିତ ବର୍ଷା ୨୧ରେ ସାମାନ୍ୟ କମିବାର ସମ୍ଭାବନା ରହିଛି। ହେଲେ ୨୩ରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ, ଲଘୁଚାପ ପ୍ରଭାବରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ୧୩ ଜିଲ୍ଲାରେ ଝଡ଼ତୋଫାନ ସହ ସ୍ୱଳ୍ପ ଧରଣର ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସେହି ସମସ୍ତ ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୁଳ ଜିଲ୍ଲାକୁ ପାଣିପାଗ ବିଭାଗ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି । ପାଣି ଜମିବା ସହ କିଛି ଯାଗାରେ ଆକସ୍ମିକ ବନ୍ୟା ନେଇ ଓ୍ବାର୍ଣ୍ଣିଂ ଦିଆଯାଇଛି । କଚ୍ଚା ଘର ଭାଙ୍ଗିବା ଓ ରାସ୍ତା ନଷ୍ଟ ହେବା ମଧ୍ୟ ସତର୍କ ସୂଚନା ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବା ନେଇ ମଧ୍ୟ ସତର୍କସୂଚନା ଜାରି ହୋଇଛି ।