ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ଭୁବନେଶ୍ଵର: ସୃଷ୍ଟି ହେଲା ଅବପାତ। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଓ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହୋଇଛି । ଏହା ତୀବ୍ରତା ବଜାୟ ରଖିବା ସହ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ -ପୁଡ଼ୁଚେରୀ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁଷ୍କ ଥଣ୍ଡା ବାୟୁ ପ୍ରଭାବରେ ପାରଦ ତଳ ମୁହାଁ ରହିଛି ।

ସୂଚନାନୁଯାୟୀ, ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ସେମିଳିଗୁଡାରେ ୮ ଡିଗ୍ରୀ, କିରେଇରେ ୯.୫ ଡିଗ୍ରୀ, ଫୁଲବାଣୀରେ ୯.୬ ଡିଗ୍ରୀ, ଦାରିଙ୍ଗବାଡିରେ ୧୦ ଡିଗ୍ରୀ, କୋରାପୁଟରେ ୧୦ ଡିଗ୍ରୀ, କେନ୍ଦୁଝରରେ ୧୦ ଡିଗ୍ରୀ, ଭବାନୀପାଟଣାରେ ୧୦.୬ ଡିଗ୍ରୀ, ଝାରସୁଗୁଡାରେ ୧୦.୮ ଡିଗ୍ରୀ, ଚିପିଲିମାରେ ୧୦.୮ ଡିଗ୍ରୀ, ସୁନ୍ଦରଗଡରେ ୧୨.୫ ଡିଗ୍ରୀ ଓ ଦେବଗଡରେ ୧୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।