ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ : ୧୧.୩୦ ଯାଏଁ ଗୃହ ମୁଲତବୀ

ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ : ୧୧.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଯାହା ଆଶା କରାଯାଉଥିଲା ସେହା ହିଁ ହେଲା । ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ର ଆଜି ହେଉଛି ପ୍ରଥମ ଦିବସ । ତେବେ ଆଜି ଗୃହ ଆରମ୍ଭ ହେଉ ହେଉ ହଟ୍ଟଗୋଳ ଦେଖିବାକୁ ମିଳିଛି । ଯାହା ଫଳରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ।
ଆଜି ବିଧାନସଭାର ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ବିଜେପି ଓ କଂଗ୍ରେସ ହୋହାଲ୍ଲା କରିଥିଲେ । ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ଉଭୟ ବିରୋଧୀ ନାରାବାଜି କରିଥିଲେ । ଯାହା ଫଳରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଗୃହକୁ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ କରିଛନ୍ତି ।