ବନ୍ୟା ସମ୍ଭାବନା ନାହିଁ : ଏସଆରସି

ବନ୍ୟା ସମ୍ଭାବନା ନାହିଁ : ଏସଆରସି

ବନ୍ୟା ସମ୍ଭାବନା ନାହିଁ : ଏସଆରସି
ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିଲେ ମଧ୍ୟ ବନ୍ୟାର ସମ୍ଭାବନା ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପ୍ରକାଶ କରିଛନ୍ତି ।ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆସନ୍ତାକାଲି ଯାଏ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ମଧ୍ୟରେ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାମାନଙ୍କରେ ପବନ ସହ ବର୍ଷା ହେବା ସମ୍ଭାବନା ରହିଛି।