ବରଗଡରେ ଶହେ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଂଟର

ବରଗଡରେ ଶହେ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଂଟର

ବରଗଡରେ ଶହେ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଂଟର
ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବରଗଡରେ କୋଭିଡ କେୟାର ସେଂଟର ଶୁଭାରମ୍ଭ ହୋଇଛି । ଆଇସିୟୁ ଓ ଭେଂଟିଲେଟର ସୁବିଧା ଥିବା କୋଭିଡ କେୟାର ସେଂଟର ଉଦଘାଟିତ ହୋଇଛି । କୋଭିଡ ରୋଗୀଙ୍କ ପାଇଁ ବିକାଶ ହସ୍ପିଟାଲରେ ୧୦୦ ସ୍ୱତନ୍ତ୍ର ଶଯ୍ୟାର ବ୍ୟବସ୍ଥା କରାଯାଇଛି । ଭିଡିଓ କନଫରେନ୍ସିଂରେ ଉଦଘାଟିତ କଲେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ।