ବିଜେଡିର ରାଜ୍ୟ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଜେଡିର ରାଜ୍ୟ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଜେଡିର ରାଜ୍ୟ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନବକଳେବର ହେବ ବିଜୁ ଜନତା ଦଳର ମୁଖ୍ୟାଳୟ । କର୍ପୋରେଟ୍‌ ଢାଞ୍ଚାରେ ନିର୍ମାଣ ହେବ ନୂଆ କୋଠା । ଏଥିପାଇଁ ପବିତ୍ର ରଥଯାତ୍ରା ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆ ରାଜ୍ୟ ମୁଖ୍ୟାଳୟ ଭୂମି ପୂଜନ ଉତ୍ସବରେ ଯୋଗ ଦେଇଛନ୍ତି । 

ମିଳିଥିବା ସୂଚନା ମୁତାବିକ, ଆଇଆର୍-୩ କ୍ବାର୍ଟର୍ସ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ପାଇଁ ଆବଣ୍ଟନ ହୋଇଥିବା ବେଳେ ବିଜେଡି ତାର ମୁଖ୍ୟାଳୟ ସମ୍ପ୍ରସାରଣ ଓ ନୂଆ କାର୍ଯ୍ୟାଳୟ ପାଇଁ ୟୁନିଟ-୬ରେ କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଆବଣ୍ଟନ ହେଉଥିବା କ୍ବାର୍ଟର୍ସ ଭି ୨/୧ ଏବଂ ଭି ୨/୨କୁ ନେଇଛି ।  ଏହି ଦୁଇଟି କ୍ବାର୍ଟର୍ସର ଜମି ବିଜେଡିକୁ ଲିଜ୍ ଆକାରରେ ଦିଆଯିବା ପରେ ବିଜେଡି ଏହାକୁ ଫ୍ରି ହୋଲ୍ଡ କରି ନେଇଥିବା ସୂଚନା ରହିଛି ।

ଅର୍ଥାତ୍ ଏହି କ୍ବାର୍ଟର୍ସ ଯେଉଁ ଜମିରେ ନିର୍ମାଣ ହୋଇଛି ତାହାକୁ ବିଜେଡି ସରକାରୀ ବେଞ୍ଚମାର୍କ ମୂଲ୍ୟ ଅନୁସାରେ ଟଙ୍କା ଜମା କରି କିଣି ନେଇଛି ।  ଏବେ ଏଠାରେ ନୂ୍ଆ କୋଠା ନିର୍ମାଣ ହେବ ।  ଏଥିପାଇଁ ଡିଜାଇନ୍ ପ୍ରସ୍ତୁତ ହୋଇସାରିଛି ।