ବିଜେପୁର ପାଇଁ ୩ଟି ଦଳର ଷ୍ଟାର କ୍ୟାମ୍ପେନର
ବିଜେପୁର ପାଇଁ ୩ଟି ଦଳର ଷ୍ଟାର କ୍ୟାମ୍ପେନର
admin
Oct 3, 2019 - 07:31
Updated: Oct 3, 2019 - 07:31
ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨୧ ତାରିଖରେ ହେବ ବିଜେପୁର ଫାଇଟ । ନିର୍ବାଚନ ତାରିଖ ଘୋଷଣା ହେବା ପରେ ରାଜ୍ୟର ୩ଟି ମୁଖ୍ୟ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପାଗ ଭିଡ଼ିଛନ୍ତି । ସବୁ ଦଳର ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ଦାଖଲ କରିବା ପରେ ଏବେ ପ୍ରଚାର ଆରମ୍ଭ । ଏହାରି ଭିତରେ ବିଜେପୁର ପାଇଁ ବିଭିନ୍ନ ରାଜନୈତିକ ଦଳ ବିଶେଷ କରି ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାର ତାଲିକା ପ୍ରକାଶ ପାଇଛି ।
ବିଜେଡି
ନବୀନ ପଟ୍ଟନାୟକ, ଏୟୁ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ମଙ୍ଗଳା କିଷାନ, ପ୍ରଫୁଲ୍ଲ ମଲ୍ଲିକ, ରାଜା ସ୍ୱାଇଁ, ଦେବୀ ମିଶ୍ର, ଟିକେଟ ଆଶାୟୀ ପ୍ରଭାସ ସିଂ ଓ ପ୍ରଭାତ ଆଦିତ୍ୟ ମିଶ୍ର
ବିଜେପି
ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଜେପି ନଡ୍ଡା, ପ୍ରଭାରୀ ଅରୁଣ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ, ପ୍ରତାପ ଷଡ଼ଙ୍ଗୀ, ଗିରିଧର ଗମାଙ୍ଗ, ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ବସନ୍ତ ପଣ୍ଡା
କଂଗ୍ରେସ
ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ମନମୋହନ ସିଂ, ପ୍ରଭାରୀ ଜିତେନ୍ଦ୍ର ସିଂ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ନରସିଂହ ମିଶ୍ର ।
ପ୍ରକାଶ ଯେ, ୨୦୧୯ ସାଧାରଣ ନିର୍ବାଚନ ପରେ ସବୁ ରାଜନୈତିକ ଦଳ ଲାଗି ବିଜେପୁର ଏସିଡ଼ ଟେଷ୍ଟ । ଆସନ୍ତା ୨୧ ତାରିଖରେ ବିଜେପୁର ଉପନିର୍ବାଚନର ଭୋଟ ଗ୍ରହଣ ହେବ ଏବଂ ଏହାର ୩ ଦିନ ପରେ ଅର୍ଥାତ ୨୪ ତାରିଖରେ ଭୋଟ ଗଣତି ହେବ।
ଏଠାରେ ସୂଚନାଯୋଗ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ ନିର୍ବାଚନରେ ବିଜେପୁର ଏବଂ ହିଞ୍ଜିଳି ୨ଟି ବିଧାନସଭା ଆସନରୁ ନିର୍ବାଚନ ଲଢିଥିଲେ। ଏହି ୨ଟି ଆସନରୁ ମୁଖ୍ୟମନ୍ତ୍ରୀ ବିଜୟୀ ହୋଇଥିଲେ। ଫଳରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗୋଟିଏ ଆସନ ଛାଡିଥିଲେ। ଏଣୁ ବିଜେପୁରରେ ଉପନିର୍ବାଚନ କରାଯାଉଛି।
ସବୁ ରାଜନୈତିକ ଦଳ ବିଜେପୁରରୁ ବିଜୟ ବାନା ଉଡ଼ାଇବା ଲାଗି ରଣନୀତି ପ୍ରସ୍ତୁତ କରିଛନ୍ତି । ତେବେ ବିଜେପୁର ବାସୀ କେଉଁ ରାଜନୈତିକ ଦଳ ପ୍ରାର୍ଥୀ ଉପରେ ସୁନା କଳସ ଢାଳୁଛନ୍ତି ତାହା ଦେଖିବାର କଥା । ତେବେ ବିଜେଡି ହାତରେ ଥିବା ଏହି ଆସନ ବିଜେଡି ରଖିପାରିବ ନା ବିଜେପି ଛଡାଇ ନେବ ନା କଂଗ୍ରେସ ମ୍ୟାଜିକ କରିବ ତାହା ଆଗାମୀ ଦିନରେ ଜଣାପଡିବ ।