ବେଦ ପ୍ରକାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ବେଦ ପ୍ରକାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ବେଦ ପ୍ରକାଶଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ
ଭୁବନେଶ୍ୱର: ବେଦପ୍ରକାଶ ଅଗ୍ରୱାଲଙ୍କ ପରି ଜଣେ ବ୍ୟକ୍ତିଙ୍କୁ ହରାଇବା ମୋ ପାଇଁ ଓ ବିଜେଡି ପାଇଁ ଅପୂରଣୀୟ କ୍ଷତି । ବେଦପ୍ରକାଶ ଅଗ୍ରୱାଲଙ୍କ ପରଲୋକରେ ଶୋକବ୍ୟକ୍ତ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଯେ, ବରିଷ୍ଠ ରାଜନେତା ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ସେ ଥିଲେ ବିଜୁ ବାବୁଙ୍କ ଘନିଷ୍ଠ ଓ ଦୀର୍ଘ ଦିନ ଧରି ଲୋକଙ୍କ ସେବା କରିଛନ୍ତି । ତାଙ୍କ ପରି ଜଣେ ମାର୍ଗଦର୍ଶକଙ୍କୁ ହରାଇବା ବ୍ୟକ୍ତିଗତଭାବେ ମୋ ପାଇଁ ଓ ଦଳ ପାଇଁ ଏକ ଅପୂରଣୀୟ କ୍ଷତି । ପ୍ରକାଶ ଯେ, ଶନିବାର କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ପରାଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତୁ୍ୟ ଘଟିଛି । ଦୀର୍ଘ ଦିନ ହେଲା ସେ ଅସୁସ୍ଥ ଥିଲେ । ପାଟକୁରାରୁ ୨୦୦୯ ଓ ୨୦୧୪ରେ ସେ ବିଧାୟକ ଥିଲେ । କେନ୍ଦ୍ରାପଡ଼ାରୁ ୪ଥର ବିଧାୟକ ଭାବେ ସେ ନିର୍ବାଚିତ ହୋଇଥିଲେ । ଅର୍ଥମନ୍ତ୍ରୀଭାବେ ମଧ୍ୟ ସେ ଦାୟିତ୍ୱ ତୁଲାଇଥିଲେ ।