ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ଅତିକ୍ରମ କଲା : ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୪୧

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ଅତିକ୍ରମ କଲା : ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୪୧

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ଅତିକ୍ରମ କଲା : ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୪୧
ନୂଆଦିଲ୍ଲୀ : ଦେଶରେ କରୋନା ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ୫୭ ହଜାର ୫୮୪ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦେଶ ବ୍ୟାପୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୬୬୪ରେ ପହଞ୍ଚିଛି । ସେହିପରି ବିଗତ ୨୪ ଘଣ୍ଟା ମଧ୍ୟରେ ୯୪୧ ଜଣଙ୍କ ମୃତ୍ୟୁୂ ଘଟିବା ସହିତ ମୃତ୍ୟୁ ସଂଖ୍ୟା ୫୦ ହଜାର ୯୨୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦେଶରେ ସୁସ୍ଥ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ ଲକ୍ଷ ୧୯ ହଜାର ୮୪୨ରେ ପହଞ୍ଚିଛି । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୬ ହଜାର ୯୦୦ ରହିଛି ।