ଭୁବନେଶ୍ୱରରୁ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଆଜି ବି ଭୁବନେଶ୍ୱରରୁ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୮ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୫ ହଜାର ୭୩୫ କୁ ବୃଦ୍ଧି ପାଇଛି । ମୋଟ ୨୫ ହଜାର ୭୩୫ ପଜିଟିଭ ମଧ୍ୟରୁ ୧୧୯ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୨ ହଜାର୨୧୦ ଜଣ ସୁସ୍ଥ ଓ ୩,୩୮୫ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।