ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଭୁବନେଶ୍ୱର: ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟା ସମୀକ୍ଷା ପାଇଁ ଆସିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ଏୟାରପୋର୍ଟରେ ମାନ୍ୟଗଥ୍ୟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି । ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଡିଜିପି ଅଭୟ ଓ ଏସଆରସି ପ୍ରଦୀପ୍ତ ଜେନା ଉପସ୍ଥିତ ରହିଛନ୍ତି । ବାତ୍ୟା ୟାସ କ୍ଷୟକ୍ଷତି ନେଇ ସମୀକ୍ଷା କରିବେ । ପରେ ଭଦ୍ରକ ଓ ବାଲେଶ୍ୱର କ୍ଷତିଗ୍ରସ୍ତ ଅଂଚଳ ଗସ୍ତ କରିବେ । ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିବେ । ପ୍ରଧାନମନ୍ତ୍ରୀ ପ୍ରାୟ ୧ ଘଂଟା ଧରି ଭୁବନେଶ୍ୱର ବିମାନ ବନ୍ଦରରେ ରହିବେ । ସେଠାରେ ସେ ବାତ୍ୟା ୟସର କ୍ଷୟକ୍ଷତି ନେଇ ସମୀକ୍ଷା କରିବେ । ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ, ମୁଖ୍ୟସଚିବ, ସ୍ୱତନ୍ତ୍ର ରିଲିଫ କମିଶନର ପ୍ରମୁଖ ଉପସ୍ଥିତ ରହିବେ । ସମୀକ୍ଷା କରିବା ପରେ ପ୍ରଧାନମନ୍ତ୍ରୀ ବାଲେଶ୍ୱର ଓ ଭଦ୍ରକ ଅଂଚଳର ପ୍ରଭାବିତ ଅଂଚଳକୁ ଆକାଶ ମାର୍ଗରୁ ଅନୁଧ୍ୟାନ କରିବେ । ବାଲେଶ୍ୱର ଓ ଭଦ୍ରକର କ୍ଷୟକ୍ଷତି ଦେଖିବା ପରେ ପୂର୍ବ ମେଦିନୀପୁର ଅଂଚଳର ବି କ୍ଷୟକ୍ଷତିକୁ ଅନୁଧ୍ୟାନ କରିବେ । ସେହିପରି ପଶ୍ଚିମବଙ୍ଗ ପ୍ରଶାସନ ସହ ସେ ମଧ୍ୟ ସମୀକ୍ଷା ବୈଠକ କରିବେ ବୋଲି ଜାଣିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମୀକ୍ଷାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମନେକରାଯାଉଛି । କାହିଁକିନା ସମୀକ୍ଷା କରିବା ପରେ ପ୍ରଧାନମନ୍ତ୍ରୀ ଏନେଇ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ । ଅପରପକ୍ଷରେ ରାଜ୍ୟ ସରକାର ମଧ୍ୟ ପ୍ରାକ କ୍ଷୟକ୍ଷତି ଆକଳନ କରି ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିବେ ।