ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ
ଭୁବନେଶ୍ୱର: ଭାରତର ଉପରାଷ୍ଟ୍ରପତି ଶ୍ରୀ ଭେଙ୍କେୟା ନାଇଡ଼ୁ ସୋମବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ସେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଅର୍ଥ ମନ୍ତ୍ରୀ ଶଶିଭୂଷଣ ବେହେରା ଏବଂ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ପଦାଧିକାରୀମାନେ ବିମାନବନ୍ଦରରେ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ପରେ ଉପରାଷ୍ଟ୍ରପତି ବିମାନବନ୍ଦରରୁ ସିଧାସଳଖ ରାଜଭବନ ଯାଇଥିଲେ। ସେ ଆଜି ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ୧୦ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେଇଛନ୍ତି। ଏହାସହ ଭାରତୀୟ ଯୁବଶକ୍ତି ଟ୍ରଷ୍ଟ ପକ୍ଷରୁ ରେଳ ଭବନରେ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରରେ ବିଭିନ୍ନ ସ୍ଥାନରେ ୨୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବା ସହ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।