ମାର୍ଚ୍ଚ ୧ରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ
ମାର୍ଚ୍ଚ ୧ରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ
admin
Feb 25, 2021 - 05:42
Updated: Feb 25, 2021 - 05:42
ଭୁବନେଶ୍ୱର: ମାର୍ଚ୍ଚ ୧ରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ। ଅନ୍ଲାଇନ୍ରେ ପାଠପଢ଼ା ହେବ ବୋଲି ରାଜ୍ୟ ଉଚ୍ଚଶିକ୍ଷା ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ।
ଚିଠିରେ ଉଲ୍ଲେଖ ରହିଛି ଯେ, ଯୁକ୍ତ ୩ (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ଫିଜିକାଲ୍ କ୍ଲାସ ଜାନୁଆରୀ ୧୧ରୁ ଆରମ୍ଭ ହୋଇଥିବା ବେଳେ ଫେବ୍ରୁଆରୀ ୧୦ରୁ ପିଜି ପ୍ରଥମ ଓ ଯୁକ୍ତ ୩ର ଦ୍ୱିତୀୟ ଏବଂ ତୃତୀୟ (୪ ବର୍ଷର ସ୍ନାତକ ପାଠ୍ୟକ୍ରମ) ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପଢ଼ା ଆରମ୍ଭ ହୋଇଛି । ବର୍ତ୍ତମାନ କରୋନା ସ୍ଥିତି ନିୟନ୍ତ୍ରଣରେ ନଥିବାରୁ ଯୁକ୍ତ ୩ ପ୍ରଥମ ବର୍ଷ ତଥା ନୂତନ ଭାବେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ (ଫିଜିକାଲ୍) ପାଠପଢ଼ା ସମ୍ଭବ ନୁହଁ । ସେମାନଙ୍କୁ ଅନଲାଇନ ପଢ଼ା ତୁରନ୍ତ ଆରମ୍ଭ କରିବାର ଆବଶ୍ୟକତା ରହିଛି । ନଚେତ ସେମାନଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହେବ । ତେଣୁ ମାର୍ଚ୍ଚ ୧ରୁ ସେମାନଙ୍କୁ ଅନ୍ଲାଇନ୍ରେ ପଢ଼ାଇବା ପାଇଁ ବିଭାଗ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଚିଠି ଲେଖିଛି । ବିଭାଗର ପୂୂର୍ବ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ବିଷୟରେ ୨୫ ପ୍ରତିଶତ ‘ସେଲ୍ଫ ଷ୍ଟଡି’ ପ୍ରତି ଗୁରୁତ୍ୱ ଦେବାକୁ ବିଭାଗ ନିର୍ଦ୍ଦେଶ ଦେଇଛି ।