ମୁଖ୍ୟମନ୍ତ୍ରୀଙ୍କ ନାଁରେ ବିଜେପିର ଏତେଲା

ମୁଖ୍ୟମନ୍ତ୍ରୀଙ୍କ ନାଁରେ ବିଜେପିର ଏତେଲା

ମୁଖ୍ୟମନ୍ତ୍ରୀଙ୍କ ନାଁରେ ବିଜେପିର ଏତେଲା
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାମରେ ଏତଲା । ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ବିରୋଧରେ ଏତଲା ଦିଆଯାଇଛି । ତେବେ କୌଣସି ବ୍ୟକ୍ତି ବିଶେଷ ଏହି ଏତଲା ଦେଇନାହାନ୍ତି । ବିଜେପି ପକ୍ଷରୁ ଏଭଳି ଏତଲା ଦିଆଯାଇଛି । ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଭୁବନେଶ୍ୱର କ୍ୟାପିଟାଲ ଥାନାରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ବିରୋଧରେ ଏତଲା ଦିଆଯାଇଛି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଚଞ୍ଚକତା କରି ହାଇଜାକ କରିବା ଅଭିଯୋଗରେ ଏଭଳି ଏତଲା ଦିଆଯାଇଛି । କେନ୍ଦ୍ରୀୟ ଯୋଜନାରେ ନିଜ ଲୋଗୋ ଲଗାଇ ରାଜ୍ୟ ସରକାର ନିଜର ପ୍ରଚାର କରୁଥିବା ଅଭିଯୋଗ ହୋଇଛି । ଏନେଇ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି ।