ମୋଦୀଙ୍କ ବୈଠକରେ ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ପାଇଁ ଦାବି କଲେ ମୁଖ୍ୟମନ୍ତ୍ରୀ

ମୋଦୀଙ୍କ ବୈଠକରେ ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ପାଇଁ ଦାବି କଲେ ମୁଖ୍ୟମନ୍ତ୍ରୀ

ମୋଦୀଙ୍କ ବୈଠକରେ ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ପାଇଁ ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ବାତ୍ୟା ‘ୟଶ’ ଜନିତ କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ଅନୁଷ୍ଠିତ ଏକ ବୈଠରେ ମୋଦୀ ଏହାର ସମୀକ୍ଷା କରିଛନ୍ତି । ଏହି ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ଏହାଛଡ଼ା ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଉପସ୍ଥିତ ଥିଲେ । ସେହିପରି ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର, ପୁଲିସ ଡିଜି ଶ୍ରୀ ଅଭୟ ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପ୍ରମୁଖ ଉପସ୍ଥିତ ଥିଲେ । ତେବେ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ପାଇଁ ଦାବି କରିଛନ୍ତି । ବୈଠକରେ ଓଡ଼ିଶାର ଦାବି ସମ୍ପର୍କରେ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇ କହିଛନ୍ତି ଯେ, ବିଶେଷ କରି ବାତ୍ୟାକୁ ସମ୍ଭାଳି ପାରୁଥିବା ବିଦୁ୍ୟତ ବ୍ୟବସ୍ଥା ଦାବି କରାଯାଇଛି । ଉନ୍ନତ ଟେକ୍ନୋଲୋଜି ଓ ଅଣ୍ଡର ଗ୍ରାଉଡ କେବୁଲିଂ ବ୍ୟବସ୍ଥା ପାଇଁ ଦାବି କରାଯାଇଛି । ଉପକୂଳ ସୁରକ୍ଷା ପାଇଁ ଦୀର୍ଘକାଳୀନ ବ୍ୟବସ୍ଥା କରାଯିବାକୁ ଦାବି କରାଯାଇଛି । ୭/୮ ମିଟର ପର୍ଯ୍ୟନ୍ତ ଜୁଆର ଉଠୁଥିବାରୁ ତାର ବ୍ୟବସ୍ଥା କରାଯିବାକୁ କୁହାଯାଇଛି । ଏହି ଦୁଇ କାର୍ଯ୍ୟ ପାଇଁ ଭାରତ ସରକାରଙ୍କ ସହାୟତା ପାଇଁ ଦାବି କରାଯାଇଛି । ବର୍ତ୍ତମାନର ବାତ୍ୟା ନେଇ କିଛି ଦାବି କରାଯାଇନାହିଁ । ଯାହା ଏବେ ଦରକାର ଆମେ ତାକୁ ମ୍ୟାନେଜ କରିନେବୁ । ଆଗାମୀ ୭ ଦିନରେ କ୍ଷୟକ୍ଷତି ରିପୋର୍ଟ ଦେବୁ ବୋଲି ଏସଆରସି କହିଛନ୍ତି ।