ଯାଜପୁରରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ ଯିବାକୁ ମନା ।

ଯାଜପୁରରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ ଯିବାକୁ ମନା ।

ଯାଜପୁରରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ ଯିବାକୁ ମନା ।
ଯାଜପୁର ଜିଲ୍ଲାରେ ସାଧାରଣ ଲୋକଙ୍କୁ ସରକାରୀ ଅଫିସ ଯିବାକୁ ମନା କରାଯାଇଛି । ଆସନ୍ତା ୮ ତାରିଖ ମଧ୍ୟରାତ୍ର ଯାଏ ଅଫିସ ଯିବାକୁ ବାରଣ କରିଛନ୍ତି ଜିଲ୍ଲାପାଳ । ଗତ ୪୮ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୮୧ କରୋନା ପଜିଟିଭ ଚିହ୍ନଟ ପରେ ଜିଲ୍ଲାପାଳ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ସବୁଠୁ ବଡ଼ କଥା ହେଲା ୮୧ ଜଣଙ୍କ ମଧ୍ୟରୁ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ସୂଚନା ମିଳିଛି । ପ୍ରକାଶ ଯେ, ରାଜ୍ୟରେ ସୋମବାର ଆଉ ୨୪୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୋମବାର ଚିହ୍ନଟ ୨୪୫ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୯୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛକୁ ଯାଜପୁରରୁ ୪୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।