ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା

ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା
ଜଗତସିଂହପୁର : ଜଗତସିଂହପୁର ରଘୁନାଥପୁର ବଡପାଟଣା ଗାଁରେ ଜମି ବିବାଦରୁ ଜଣଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖିଛି। ଆଜି ସକାଳେ ବଡପାଟଣା ଗ୍ରାମରେ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରାଯାଇଥିଲା। ଜମିଜମା ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଥିଲା। ଖବର ପାଇ ପୋଲିସ ସାଇଣ୍ଟିଫିକ୍ ଟିମ୍ ସହ ଘଟଣାସ୍ଥଳରେ ପହଁଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଥିଲା। ତେବେ ଏହି ଘଟଣାରେ ପୋଲିସ ଗ୍ରାମର ଏକ ପରିବାରର ୨ଜଣ ପୁଅଙ୍କୁ ଅଟକ ରଖିଛି। ଏହା ସହ ଆଉ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି। ଫେରାର ଥିବା ଅଭିଯୁକ୍ତ ଅଟକ ଦୁଇ ପୁଅଙ୍କ ବାପା ବୋଲି ଜଣା ପଡିଛି। ତାଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଆରମ୍ଭ କରିଛି।