ରାଜ୍ୟରୁ ଆଜି ୩୧୪୪ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ରାଜ୍ୟରୁ ଆଜି ୩୧୪୪ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ରାଜ୍ୟରୁ ଆଜି ୩୧୪୪ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ରାଜ୍ୟରେ ଆଜି ୩ହଜାର ୧୪୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୮୨୫ଜଣ ଚିହ୍ନଟ ହୋଇଥିବାବେଳେ ୧୩୧୯ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୪ହଜାର୧୪୨କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୧୩ ହଜାର ୬୭୨ଜଣ । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୨୯ହଜାର୪୪୩ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି ୯୫୮ଜଣ । ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି । ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୩ହଜାର ୧୪୪ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୫୬୨ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୨୮, ବାଲେଶ୍ବରରୁ ୭୨, ବରଗଡରୁ ୯୪, ଭଦ୍ରକରୁ ୧୦୧, ବଲାଙ୍ଗିରରୁ ୮୬, ବୌଦ୍ଧରୁ ୧, କଟକରୁ ୨୪୩, ଦେବଗଡରୁ ୨୪, ଢେଙ୍କାନାଳରୁ ୭୩, ଗଜପତିରୁ ୯, ଗଞ୍ଜାମରୁ ୩୮, ଜଗତସିଂହପୁରରୁ ୭୭, ଯାଜପୁରରୁ ୧୦୧, ଝାରସୁଗୁଡାରୁ ୮୩, କଳାହାଣ୍ଡିରୁ ୧୨୪, କନ୍ଧମାଳରୁ ୧୧୬, କେନ୍ଦ୍ରାପଡାରୁ ୮୨, କେଉଁଝରରୁ ୬୩, କୋରାପୁଟରୁ ୩୭, ମାଲକାନଗିରିରୁ ୨୮, ମୟୂରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୧୦୭, ନୟାଗଡରୁ ୫୮, ନୂଆପଡାରୁ ୧୪ ପୁରୀରୁ ୧୨୨, ରାୟଗଡାରୁ ୨୯, ସମ୍ବଲପୁରରୁ ୧୩୬, ସୋନପୁରରୁ ୮୬, ସୁନ୍ଦରଗଡରୁ ୧୦୫ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୩୦ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।