ରାଜ୍ୟରୁ ଆଜି ୪୨୦୯ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ରାଜ୍ୟରୁ ଆଜି ୪୨୦୯ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ରାଜ୍ୟରୁ ଆଜି ୪୨୦୯ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ ଆଜି ୪ ହଜାର ୨୦୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୪୪୧ଜଣ ଚିହ୍ନଟ ହୋଇଥିବାବେଳେ ୧୭୬୮ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ହଜାର୫୫୦କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୭ ହଜାର୨୩୯ଜଣ । ସେହିପରି ସୁସ୍ଥ ହୋଇଛନ୍ତି ୧ ଲକ୍ଷ ୩୭ହଜାର ୫୬୭ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି ୬୮୨ଜଣ । ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି । ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୪ହଜାର ୨୦୯ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୬୩ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୯, ବାଲେଶ୍ବରରୁ ୧୮୩, ବରଗଡରୁ ୧୬୦, ଭଦ୍ରକରୁ ୪୩, ବଲାଙ୍ଗିରରୁ ୭୮, ବୌଦ୍ଧରୁ ୫୫, କଟକରୁ ୪୯୧, ଦେବଗଡରୁ ୨୩, ଢେଙ୍କାନାଳରୁ ୮୦, ଗଜପତିରୁ ୪୩, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୧୪୬, ଯାଜପୁରରୁ ୧୭୬, ଝାରସୁଗୁଡାରୁ ୮୦, କଳାହାଣ୍ଡିରୁ ୯୦, କନ୍ଧମାଳରୁ ୧୦୨, କେନ୍ଦ୍ରାପଡାରୁ ୧୨୩, କେଉଁଝରରୁ ୭୨, କୋରାପୁଟରୁ ୧୧୪, ମାଲକାନଗିରିରୁ ୩୬୩, ମୟୂରଭଞ୍ଜରୁ ୧୦୭, ନବରଙ୍ଗପୁରରୁ ୧୦୨, ନୟାଗଡରୁ ୪୭, ନୂଆପଡାରୁ ୫୨, ପୁରୀରୁ ୩୨୬, ରାୟଗଡାରୁ ୯୨, ସମ୍ବଲପୁରରୁ ୧୫୪, ସୋନପୁରରୁ ୮୩, ସୁନ୍ଦରଗଡରୁ ୧୨୧ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୧୦ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।