ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

ରାଜ୍ୟରେ ଆଉ  ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ସୁନ୍ଦରଗଡରୁ ୨ ଜଣ ଥିବାବେଳେ ବାଲେଶ୍ବର, ମାଲ୍‌କାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ସୁନ୍ଦରଗଡରୁ ୫୫ ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ୬୫ ବର୍ଷୀୟ ପୁରୁଷ ରହିଛନ୍ତି । ସେହିପରି ବାଲେଶ୍ବରରୁ ୭୦ ବର୍ଷୀୟ ପୁରୁଷ, ମାଲ୍‌କାନଗିରିରୁ ୭୦ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।