ରାଜ୍ୟରେ ଆଉ 5 ଜଣ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ଆଉ 5 ଜଣ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ଆଉ 5 ଜଣ କରୋନା ପଜିଟିଭ୍‌ ଚିହ୍ନଟ
ରାଜ୍ୟରେ ଆଉ 5 ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରୁ ସୂଚନା ମିଳିଛି। ସମସ୍ତେ ବାଲେଶ୍ବରର ହୋଇଥିବା ସୂଚନା ମିଳିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 79ରେ ପହଞ୍ଚିଛି । ଗତକାଲି ପର୍ଯ୍ୟନ୍ତ ଏହି ସଂଖ୍ୟା 74 ଥିବାବେଳେ ଆଜି 5 ଜଣଙ୍କର ଚିହ୍ନଟ ହୋଇଛି । ଗତକାଲି ରାଜ୍ୟରେ ମୋଟ 13 ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ସଂଖ୍ୟା ବଢିବାରେ ଲାଗିଛି । ଏବେ ରାଜ୍ୟରେ ମୋଟ୍‌ ଆକ୍ଟିଭ୍‌ କେସ୍‌ 53 ରହିଥିବାବେଳେ ଆରୋଗ୍ୟ ହୋଇଛନ୍ତି 25ଜଣ ଓ ଜଣକର ମୃତ୍ୟୁ ଘଟିଛି । ତେବେ ଚିନ୍ତାର ବିଷୟ ହେଉଛି , ଗତ ୪୮ ଘଂଟା ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ୧୩ ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲା । ସେଥିମଧ୍ୟରୁ ଯାଜପୁର ଓ ଭଦକ୍ରରୁ ୫ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ବରରେ ୨ ଓ ସୁନ୍ଦରଗଡ଼ରେ ଜଣେ ଚିହ୍ନଟ ହୋଇଥିଲେ। ବାଲେଶ୍ବରରେ ଚିହ୍ନଟ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣେ ୨ବର୍ଷର ଶିଶୁ ରହିଥିଲା । ଏହାକୁ ମିଶାଇ ରାଜ୍ୟରେ କ‌ରୋନା ସଂକ୍ରମିତଙ୍କ ସଂଖ୍ୟା ୭୪ରେ ପହଞ୍ଚିଥିଲା । ତେବେ ଆଜି ପୁଣି ରାଜ୍ୟରେ ନୂଆ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରକାରଙ୍କ ମୁଣ୍ଡ ବିନ୍ଧାର କାରଣ ସାଜିଛି ।