ରାଜ୍ୟରେ ଆଉ ୧୭ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୧୦୮୯

ରାଜ୍ୟରେ ଆଉ ୧୭ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୧୦୮୯

ରାଜ୍ୟରେ ଆଉ ୧୭ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୧୦୮୯
ଭୁବନେଶ୍ବର: ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।