ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି । ରାଜ୍ୟରେ ଆଉ ଛଅଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରୁ ସର୍ବାଧିକ ଦୁଇ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ଭୁବନେଶ୍ବର, ମୟୂରଭଞ୍ଜ. ଝାରସୁଗୁଡା ଓ ବାଲେଶ୍ବରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମରୁ ୫୮ ବର୍ଷୀୟ ପୁରୁଷ ଓ ୬୮ ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ବାଲେଶ୍ବରରୁ ୮୨ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ୭୪ ବର୍ଷୀୟ ପୁରୁଷ, ଝାରସୁଗୁଡାରୁ ୬୮ ବର୍ଷୀୟ ପୁରୁଷ ଓ ମୟୂରଭଞ୍ଜରୁ ୭୧ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।