ରାଜ୍ୟରେ ଆଜି ୨୪୭୦କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୨୪୭୦କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୨୪୭୦କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଆଜି ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୪୬୨ ଜଣ ଚିହ୍ନଟ ହୋଇଥିବାବେଳେ ୧୦୦୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୨ହଜାର ୦୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୩୫ ହଜାର ୭୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫ ହଜାର ୧୦୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୦୮୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି। ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ ହଜାର ୪୭୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୭୦, ବାଲେଶ୍ବରରୁ ୧୦୬, ବରଗଡରୁ ୬୯, ଭଦ୍ରକରୁ ୬୭, ବଲାଙ୍ଗିରରୁ ୯୧, ବୌଦ୍ଧରୁ ୭୦, କଟକରୁ ୧୮୬, ଦେବଗଡରୁ ୧୨, ଢେଙ୍କାନାଳରୁ ୫୦, ଗଜପତିରୁ ୯, ଗଞ୍ଜାମରୁ ୩୬, ଜଗତସିଂହପୁରରୁ ୬୪, ଯାଜପୁରରୁ ୭୨, ଝାରସୁଗୁଡାରୁ ୫୪, କଳାହାଣ୍ଡିରୁ ୫୫, କନ୍ଧମାଳରୁ ୪୨, କେନ୍ଦ୍ରାପଡାରୁ ୮୭, କେଉଁଝରରୁ ୪୨, କୋରାପୁଟରୁ ୩୨, ମାଲକାନଗିରିରୁ ୩୦, ମୟୂରଭଞ୍ଜରୁ ୧୩୪, ନବରଙ୍ଗପୁରରୁ ୫୮, ନୟାଗଡରୁ ୨୩, ନୂଆପଡାରୁ ୮୫, ପୁରୀରୁ ୮୭, ରାୟଗଡାରୁ ୩୧, ସମ୍ବଲପୁରରୁ ୫୪, ସୋନପୁରରୁ ୫୩, ସୁନ୍ଦରଗଡରୁ ୧୬୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୭୨ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।