ରାଜ୍ୟରେ ଆଜି ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ରାଜ୍ୟରେ ଆଜି ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ରାଜ୍ୟରେ ଆଜି ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଭୁବନେଶ୍ବର: ରାଜ୍ୟରେ ଆଜି ୩୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୪ ଜଣ ଚିହ୍ନଟ ହୋଇଥିବାବେଳେ ୧୨୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ହଜାର ୩୮୯କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୯ହଜାର ୪୫୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୬୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୧୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୦୦ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ସର୍ବାଧିକ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ଭଦ୍ରକ ଜିଲ୍ଲାରୁ ୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କଟକରୁ ୨୦ଜଣ, ଦେଓଗଡରୁ ୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧ ଜଣ, ସୁନ୍ଦର ଗଡରୁ ୩୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।