ରାଜ୍ୟରେ ଆଜି ୩୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ରାଜ୍ୟରେ ଆଜି ୩୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
admin
Dec 10, 2020 - 07:09
Updated: Dec 10, 2020 - 07:09
ଭୁବନେଶ୍ବର: ରାଜ୍ୟରେ ଆଜି ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୯୭ ଜଣ ଚିହ୍ନଟ ହୋଇଥିବାବେଳେ ୧୪୬ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ହଜାର ୬୪୨କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୭ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୮୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୪୭ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୫ ଟି ଜିଲ୍ଲାରୁ ମୋଟ୍ ୩୪୩ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ ଜଣ, ବରଗଡ଼ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ ଜଣ, କଟକରୁ ୨୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିହଂପୁର ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨ ଜଣ, କୋରାପୁଟ ଜିଲ୍ଲା ରୁ ୧ ଜଣ, ମାଲକାନଗିରି ଜିଲ୍ଲାରୁ ୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ରୁ ୧ ଜଣ ଏବଂ ଷ୍ଟେଟ ପୁଲ୍ରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।