ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୯୦୧

ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୯୦୧

ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୯୦୧
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଫଳରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୯୦୧କୁ ବୃଦ୍ଧି ପାଇଛି । ମୃତ କରୋନା ଆକ୍ରାନ୍ତ ଜଣକ ବରଗଡ଼ ଜିଲ୍ଲାର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରକାଶ ଯେ, ରାଜ୍ୟରେ ଆଜି ଆଉ ୧୩୪ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୫୫ ଜଣ ସ୍ଥାନୀୟ ସଂସ୍ପର୍ଶରେ ଆସିଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୩୪୪୪ରେ ପହଁଚିଛି । ୩୨୯୫୪୬ ଜଣ ସୁସ୍ଥ ହୋଇଥିବାବେଳେ ୧୯୪୪ଜଣ ଚିକିତ୍ସାଧୀନ ଅଛନ୍ତି ।