ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ ।

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ ।

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ ।
ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୨ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ପୁରୀ ଜିଲ୍ଲାରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ ଏବଂ କଟକ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟ୍ବିଟର ପକ୍ଷରୁ ଦର୍ଶାଯାଇଛି ଯେ, ମୃତ ବ୍ୟକ୍ତି ଜଣଙ୍କ ପୁରୀ ଜିଲ୍ଲାର । ତାଙ୍କ ବୟସ ୬୦ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲମୋନାରି ରୋଗରେ ମଧ୍ୟ ପୀଡିତ ଥିଲେ ।