ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ ।

ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ ।

ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ ।
ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୫ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ମହିଳା ବୋଲି ଜଣାପଡିଛି । ସେମାନଙ୍କ ବୟସ ଯଥାକ୍ରମେ ୪୮ ବର୍ଷ ଓ ୩୯ ବର୍ଷ ବୋଲି ସୂଚନାରହିଛି । ଉଭୟଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି । ଉଭୟ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରେ ୪, ଖୋର୍ଦ୍ଧା ଜିଲ୍ଲାରେ ୫, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।