ରାଜ୍ୟରେ ପୁଣି କରୋନା ନେଲା ଆଉ ଏକ ଜୀବନ

ରାଜ୍ୟରେ ପୁଣି କରୋନା ନେଲା ଆଉ ଏକ ଜୀବନ

ରାଜ୍ୟରେ ପୁଣି କରୋନା ନେଲା ଆଉ ଏକ ଜୀବନ
ଭୁବନେଶ୍ୱର: ରାଜ୍ୟରେ ପୁଣି କରୋନା ନେଲା ଆଉ ଏକ ଜୀବନ । କରୋନାରେ ଜଣେ ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଫଳରେ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୯୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣ ଖୋର୍ଧା ଜିଲ୍ଲାର ୭୪ ବର୍ଷୀୟ ପୁରୁଷ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ କୋଭିଡ ଭ୍ୟାକ୍ସିନ ଆସିବା ପରେ ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ରାଜ୍ୟରେ ୧୭ଟି ଜିଲ୍ଲାରୁ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୨ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୧୩ କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୫୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୮୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।