ରାଜ୍ୟରେ ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଆଜି ପୁଣି ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୯ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି । ଆଜି ୧୭ଟି ଜିଲ୍ଲାରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୯ ଏବଂ ଯାଜପୁର, ମାଲକାନଗିରି, ଢେଙ୍କାନାଳ ଓ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ମୟୂରଭଞ୍ଜ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି କେନ୍ଦ୍ରାପଡ଼ା, କନ୍ଧମାଳ, କେନ୍ଦୁଝର ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଜଗତସିଂହପୁର ଜିଲ୍ଲାରୁ ୮ ଜଣ ଦେବଗଡ଼ ଜିଲ୍ଲାରୁ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ୟ୍ୟରେ ନିୟୋଜିତ ଓଡ୍ରାଫ୍ ଓ ଏନଡିଆରଏଫର ୬୧ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କୁ କରୋନା ହୋଇଥିବା ସୂଚନା ମିଳିଛି ।