ରାଜ୍ୟରେ ୧୬ ଟି ଜିଲ୍ଲାରୁ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୧୬ ଟି ଜିଲ୍ଲାରୁ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୧୬ ଟି ଜିଲ୍ଲାରୁ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ ଟି ଜିଲ୍ଲାରୁ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୦ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୬ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୬ ଜଣ, ପୁରୀରୁ ୧୨ ଜଣ, କଟରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାରୁ ୭ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୬ ଜଣ, ଖୋର୍ଦ୍ଧାରୁ ୫ ଜଣ, ଯାଜପୁରରୁ ୪ ଜଣ, ଦେବଗଡ଼ରୁ ୩ ଜଣ, ଅନୁଗୁଳ, ବରଗଡ଼, କେନ୍ଦୁଝର, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ ପୋଲରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୭ ହଜାର ୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୪ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।